ଯୁଦ୍ଧ ବିରତି ପରେ ବି ପଛକୁ ହଟିବନି ଭାରତ

ଭାରତ-ପାକିସ୍ତାନ ମଧ୍ୟରେ ସିଜଫାୟାର୍ ପରେ ବି ଯୁଦ୍ଧ ଶେଷ ହୋଇନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଭାରତୀୟ ବାୟୁସେନା।  ଇଣ୍ଡିଆନ୍ ଏୟାରଫୋର୍ସ ପକ୍ଷରୁ କୁହାଯାଇଛି ଯେ ଅପରେସନ୍ ସିନ୍ଦୂର ଏଯାଏଁ ଶେଷ ହୋଇନି । IAF ପକ୍ଷରୁ ଜାରି ହୋଇଥିବା ଏହି ବୟାନରେ କୁହାଯାଇଛି ଯେ ଭାରତୀୟ ବାୟୁ ସେନା ଅପରେସନ୍ ସିନ୍ଦୂରରେ ଦିଆଯାଇଥିବା କାର୍ଯ୍ୟକୁ ସଫଳତାପୂର୍ବକ ସମ୍ପୂର୍ଣ୍ଣ କରିଛି । ରାଷ୍ଟ୍ରୀୟ ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ବିବେକପୂର୍ଣ୍ଣ ବିଚାର କରି ସଞ୍ଚାଳନ କରାଯାଉଛି । ଯେହେତୁ ଅପରେସନ ଜାରି ରହିଛି , ତେଣୁ ଆଗକୁ ଅପରେସନ ନେଇ ବିସ୍ତୃତ ସୂଚନା ଦିଆଯିବ । ଠିକ୍ ସମୟରେ ସଠିକ ତଥ୍ୟ ଦିଆଯିବ । ମିଛ , ଗୁଜବ ଖବର ଠାରୁ ଦୂରେଇ ରୁହନ୍ତୁ ।

ମେ୭ ତାରିଖରେ ଆତଙ୍କବାଦ ବିରୋଧୀ ଅଭିଯାନ ଆରମ୍ଭ କରିଥିଲା ଭାରତୀୟ ସେନା । ଅପରେସନ ସିନ୍ଦୂର ଜରିଆରେ ପହଲଗାମ ପ୍ରତିଶୋଧ ନେଲା ଭାରତ। ଶତ୍ରୁ ଘରେ ପଶି ଆତଙ୍କୀ ଆଡ୍ଡା ଧ୍ୱଂସ କରାଯାଇଥିଲା। ୯ଟି ଆତଙ୍କୀ ଠିକଣାରେ ଏୟାରଷ୍ଟ୍ରାଇକ କରିଥିଲା ଭାରତୀୟ ବାୟୁସେନା । ଆକ୍ରମଣରେ ଧୂଳିସାତ ହୋଇଥିଲା ପାକିସ୍ତାନରେ ଥିବା ଆତଙ୍କୀ ହବ୍ । ଜୈଶ-ଏ-ମହମ୍ମଦ, ଲସ୍କର-ଏ-ତୋଇବା, ହିଜ୍‌ବୁଲ ମୁଜାହିଦ୍ଦିନ ଆଡ୍ଡା ଧ୍ୱଂସ ହୋଇଥିଲା । ଏୟାରଷ୍ଟ୍ରାଇକରେ ସଫା ହୋଇଯାଇଥିଲା ଜୈଶ-ଏ-ମହମ୍ମଦ ମୁଖ୍ୟର ପୂରା ପରିବାର। ମୋଷ୍ଟ ୱାଣ୍ଟେଡ୍ ଆତଙ୍କୀ ମସୁଦ ଅଜହରର ୧୦ ଜଣ ସମ୍ପର୍କୀୟ ନିହତ ହୋଇଥିଲେ। କାନ୍ଦାହାର ବିମାନ ଅପହରଣର ମାଷ୍ଟରମାଇଣ୍ଡ ଅବଦୁଲ ରୌଫ୍ ଅଜହର ପ୍ରାଣ ହରାଇଥିଲା। ପାଖାପାଖି ୧୦୦ରୁ ଅଧିକ ଆତଙ୍କୀଙ୍କୁ ମାରିଥିଲେ ଭାରତୀୟ ଯବାନ।

Visited 10 times, 1 visit(s) today
Share this post

Leave A Comment

Your email address will not be published. Required fields are marked *