ଏଲନ୍ ମସ୍କ ଓ ଟ୍ରମ୍ପଙ୍କ ଯୋଡ଼ିରେ ଫାଟ। ଭାଙ୍ଗିଲା ଟ୍ରମ୍ପ-ଏଲନ୍ ମସ୍କଙ୍କ ଯୋଡ଼ି । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ଏଲନ ମସ୍କ। ଏନେଇ x ରେ ଏଲନ୍ ମସ୍କ ସୂଚନା ଦେଇଛନ୍ତି । ଏଲନ୍ ଲେଖିଛନ୍ତି, ଟ୍ରମ୍ପ ପ୍ରଶାସନ ସହିତ ମୋର ସମୟ ଶେଷ ହେଲା। DOGE ବା Department of Government Efficiencyର ମୁଖ୍ୟ ପଦ ସମ୍ଭାଳିଥିଲେ ଏଲନ୍ ମସ୍କ । ଟ୍ରମ୍ପଙ୍କ ବଜେଟ୍ ବିଲକୁ ସମାଲୋଚନା କରିଥିଲେ ଏଲନ୍ ମସ୍କ । ବଜେଟ୍ ବିଲକୁ ସମାଲୋଚନା କରିବା ପରେ ସେ ଟ୍ରମ୍ପଙ୍କ ପ୍ରଶାସନରୁ ଇସ୍ତଫା ଦେଇଛନ୍ତି ।
ଟ୍ରମ୍ପ ଦ୍ୱିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ DOGE ର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ। ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା। ମସ୍କ ଏହି ବିଭାଗର ଦାୟିତ୍ୱ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା।ଏବେ ଉକ୍ତ ପଦବିକୁ ବାଏ ବାଏ କରିଛନ୍ତି ମସ୍କ। କୁହାଯାଉଛି, ଟ୍ରମ୍ପଙ୍କର ମନଇଚ୍ଛା ନିଷ୍ପତ୍ତି ଏହା ପଛର ବଡ଼ କାରଣ। ଗତ କିଛି ଦିନ ହେବ ଟ୍ରମ୍ପ ଯେଉଁ ନିଷ୍ପତ୍ତି ନେଉଛନ୍ତି ତାହା ବେଶ ବିବାଦୀୟ ହେଉଛି। ଆଉ ଏହି କାରଣରୁ ମସ୍କ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି ।