Posts tagged Odisha Government

ଓଡ଼ିଶା ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ, ଲୋକାୟୁକ୍ତ ନିଯୁକ୍ତି କେବେ?

  • ଓଡ଼ିଶା ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ
  • ଓଡ଼ିଶାର ଲୋକାୟୁକ୍ତ କେବେ ହେବେ ସଚଳ
  • ଓଡ଼ିଶାରେ BJP ସରକାର ଗଠନ ହେବା ପରେ ଲୋକାୟୁକ୍ତରେ ଅଚଳାବସ୍ଥା
  • 2024 ଅଗଷ୍ଟରୁ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଦସ୍ୟ ପଦ ପଡ଼ିଛି ଖାଲି
  • ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଦସ୍ୟ ପଦ ପୂରଣ ନିମନ୍ତେ ହାଇକୋର୍ଟଙ୍କ ନୋଟିସ୍
  • 2 ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ
  • ଶୁଣାଣି ବେଳେ ସରକାରଙ୍କ ପକ୍ଷରୁ ଯୁକ୍ତି ରଖା ଯାଇଥିଲା କି, ଲୋକାୟୁକ୍ତରେ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ହେବାକୁ ଯାଉଛି।
  • କିନ୍ତୁ ସରକାରୀ ନିଷ୍ପତ୍ତି କେବେ ଓ କଣ ହେବ ଏବଂ ସେ ବାବଦରେ କି ପଦକ୍ଷେପ ନିଆଯାଉଛି,
    ସବୁର ବିସ୍ତୃତ ବିବରଣୀ, ସତ୍ୟପାଠ ଜରିଆରେ ଦାଖଲ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
  • ଆବେଦନକାରୀ ତଥା ପ୍ରତିପକ୍ଷ ଯଦି ଚାହିଁବେ, ତେବେ ମାମଲା ସଂକ୍ରାନ୍ତରେ ପ୍ରତି ଜବାବ ଦାଖଲ କରି ପାରିବେ
  • 3 ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣୀ
  • ଲୋକାୟୁକ୍ତଙ୍କୁ ସଚଳ କରିବା ସହ ଅଧ୍ୟକ୍ଷ ଏବଂ ସଦସ୍ୟ ନିଯୁକ୍ତ କରିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି ଆଇନଜୀବୀ ପ୍ରବୀର ଦାସ
  • ମୁଖ୍ୟ ବିଚାରପତି ଜଷ୍ଟିସ ହରିଷ ଟଣ୍ଡନ ଏବଂ ବିଚାରପତି ଜଷ୍ଟିସ୍ ଏମ୍.ଏସ୍. ରାମଚନ୍ଦ୍ର ରାଓ ମାମଲାର କରୁଛନ୍ତି ଶୁଣାଣୀ
  • ଲୋକାୟୁକ୍ତର ଶେଷ ସଦସ୍ୟ ଭାବେ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ଅବସର ପରେ ଓଡ଼ିଶା ଲୋକାୟୁକ୍ତ ସମ୍ପୂର୍ଣ୍ଣ ଅଚଳ ହୋଇ ପଡ଼ିଛି ।
  • ପୂର୍ବରୁ ଓଡ଼ିଶା ଲୋକାୟୁକ୍ତ ଅଧ୍ୟକ୍ଷ ଥିବା ଜଷ୍ଟିସ ଅଜିତ୍ ସିଂହ 2024 ମାର୍ଚ୍ଚରେ ଅବସର ନେଇଛନ୍ତି
  • ଗୌହାଟି ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଅଜିତ ସିଂହ 2019ରେ ଓଡ଼ିଶା ଲୋକାୟୁକ୍ତ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ ।
  • ସେ ତାଙ୍କର 5 ବର୍ଷିଆ କାର୍ଯ୍ୟକାଳ ଶେଷ କରି 2024 ମାର୍ଚ୍ଚରେ ଅବସର ଗ୍ରହଣ କରିଛନ୍ତି ।
  • ସେହିଭଳି ଲୋକାୟୁକ୍ତରେ ଜୁଡ଼ିସିଆଲ ମେମ୍ବର ହିସାବରେ ନିଯୁକ୍ତ ପାଇଥିବା ଜଷ୍ଟିସ୍ ବି.କେ ନାୟକଙ୍କର କାର୍ଯ୍ୟକାଳ 2024 ମାର୍ଚ୍ଚରେ ଶେଷ ହୋଇଯାଇଛି ।
  • ଲୋକାୟୁକ୍ତର ଅନ୍ୟ ଜଣେ ସଦସ୍ୟ ଦେବବ୍ରତ ସ୍ୱାଇଁଙ୍କ କାର୍ଯ୍ୟକାଳ ଏପ୍ରିଲ 2024ରେ ଶେଷ ହୋଇଯାଇଛି ।
  • ଓଡ଼ିଶା ଲୋକାୟୁକ୍ତ ଆଇନ୍ 2014 ଅନୁସାରେ ଲୋକାୟୁକ୍ତର ଅଧ୍ୟକ୍ଷଙ୍କ ସହ 5 ଜଣ ସଦସ୍ୟ ରହିବା କଥା ।
  • ଯାହା ମଧ୍ୟରୁ 2 ଜଣ ଜୁଡ଼ିସିଆଲ ମେମ୍ବର ହୋଇ ଥାଆନ୍ତି ।
  • ବର୍ତ୍ତମାନ ନା ଅଧ୍ୟକ୍ଷ ଅଛନ୍ତି ନା କୌଣସି ସଦସ୍ୟ ନିଯୁକ୍ତି ପାଇଛନ୍ତି 

      ଏ ଷ୍ଟୋରୀକୁ ଲେଖିଛନ୍ତି- ବିଜୟ କେତନ ବରାଳ

ସରକାରୀ କ୍ୟାଲେଣ୍ଡର ପ୍ରସ୍ତୁତକର୍ତ୍ତା କେତେ ଭୁଲ କରିବେ?

ସରକାରୀ କ୍ୟାଲେଣ୍ଡରରେ ଛୁଟିକୁ ନେଇ ବାରମ୍ବାର ନିଷ୍ପତ୍ତି ବଦଳାଯାଉଛି। ଏମିତି ଲାଗୁଛି ଯେମିତି କ୍ୟାଲେଣ୍ଡର ପ୍ରସ୍ତୁତକର୍ତ୍ତା ଆଦୌ ପ୍ରସ୍ତୁତ ନ ହୋଇ କ୍ୟାଲେଣ୍ଡର ପ୍ରକାଶ କରିଦେଇଛନ୍ତି। ‘ସାବିତ୍ରୀ ବ୍ରତ’ ଛୁଟି ତାରିଖକୁ ନେଇ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ମେ ୨୭ ତାରିଖରେ ସାବିତ୍ରୀ ଅମାବାସ୍ୟା ଛୁଟି ଥିଲାବେଳେ ଏବେ କିନ୍ତୁ ତାରିଖରେ ପରିବର୍ତ୍ତନ ହୋଇଛି। ଛୁଟି ତାରିଖର ଠିକ୍ ୪ ଦିନ ପୂର୍ବରୁ ସରକାର ନିଷ୍ପତ୍ତି ବଦଳାଇଛନ୍ତି। ମେ ୨୭ ପରିବର୍ତ୍ତେ ୨୬ ତାରିଖରେ ସାବିତ୍ରୀ ଅମାବାସ୍ୟା ପାଇଁ ସମସ୍ତ ସରକାରୀ ଅଫିସ ଛୁଟି ହେବ। ପୂର୍ବରୁ ଘୋଷଣା ହୋଇଥିବା ଛୁଟି ତାରିଖରେ ଅଫିସ୍ ଯିବେ ସରକାରୀ କର୍ମଚାରୀ। ତେବେ ଶ୍ରୀମନ୍ଦିର ଦ୍ୱାରା ସ୍ୱୀକୃତିପ୍ରାପ୍ତ ପଞ୍ଜିକା ଅନୁଯାୟୀ ଚଳିତ ମାସ ୨୬ ତାରିଖରେ ‘ସାବିତ୍ରୀ ବ୍ରତ’ ପାଳନ ହେବ। କିନ୍ତୁ ଓଡ଼ିଶା ସରକାରଙ୍କ କ୍ୟାଲେଣ୍ଡରରେ ମେ ୨୭ ତାରିଖରେ ‘ସାବିତ୍ରୀ ବ୍ରତ’ ଲେଖାଯାଇ ସରକାରୀ ଛୁଟି ଘୋଷଣା ହୋଇଥିଲା ସାବିତ୍ରୀ ଅମାବାସ୍ୟାର ଗୋଟାଏ ଦିନ ପରେ ଥିଲା ସାବିତ୍ରୀ ଛୁଟି। ସରକାରୀ କ୍ୟାଲେଣ୍ଡରରେ ତ୍ରୁଟି ଯୋଗୁଁ ବାଧ୍ୟ ହୋଇ ଛୁଟି ତାରିଖ ବଦଳାଇଛନ୍ତି ସରକାର। ତେବେ କଥା ହେଉଛି କ୍ୟାଲେଣ୍ଡର ପ୍ରସ୍ତୁତ କରିଥିବା ଅଧିକାରୀଙ୍କ ଧ୍ୟାନ କୁଆଡ଼େ? କାହିଁକି ବୁଝି ବିଚାରି ସେ କ୍ୟାଲେଣ୍ଡର ପ୍ରକାଶ କରୁନାହାନ୍ତି? ସରକାରୀ କ୍ୟାଲେଣ୍ଡର ପ୍ରିଣ୍ଟ୍ ହେବା ପୂର୍ବରୁ ପ୍ରସ୍ତୁତକର୍ତ୍ତାମାନେ, ଶ୍ରୀମନ୍ଦିର ଦ୍ୱାରା ସ୍ୱୀକୃତିପ୍ରାପ୍ତ ପଞ୍ଜିକାକୁ କାହିଁକି ଅଣଦେଖା କରୁଛନ୍ତି? ଯଦି ସେ ପଞ୍ଜିକାକୁ ଅନୁକରଣ କରି ଥାଆନ୍ତେ ହୁଏତ ଆଜି ଏ ଦିନ ଦେଖିବାକୁ ପଡ଼ି ନଥାଆନ୍ତା।

ବାରମ୍ବାର ବଦଳୁଛି ଛୁଟି ତାରିଖ
ତେବେ ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରକାଶିତ ଛୁଟି ତାଲିକାରେ ପରିବର୍ତ୍ତନ ହେବା କିଛି ନୂଆ କଥା ନୁହେଁ। ପୂର୍ବରୁ ପଞ୍ଚାୟତିରାଜ ଦିବସକୁ ନେଇ ମଧ୍ୟ ଛୁଟି ପ୍ରସଙ୍ଗରେ ସରକାର ତାଙ୍କ ନିଷ୍ପତ୍ତି ବଦଳାଇଛନ୍ତି। ଚଳିତ ବର୍ଷ ୫ ମାର୍ଚ୍ଚ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ଉଲ୍ଲେଖ କରି ଛୁଟି ଘୋଷଣା ହୋଇଥିଲା।  କିନ୍ତୁ ମାର୍ଚ୍ଚ ୩ ତାରିଖ ଅପରାହ୍ନରେ ୫ ମାର୍ଚ୍ଚକୁ ଛୁଟିଦିନ ନୁହେଁ ବୋଲି ଓଡ଼ିଶା ସରକାର ଘୋଷଣା କଲେ।ମାର୍ଚ୍ଚରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ପଞ୍ଚାୟତିରାଜ ଦିବସକୁ ଭାବେ ପାଳନ ନକରିବା ଏବଂ ଛୁଟି ବାତିଲକୁ ନେଇ ବିବାଦ ହୋଇଥିଲା। ଛୁଟି ଘୋଷଣା ହେଇ ସାରିଥିବା ତାରିଖରେ ବି ଅଫିସ୍ ଆସିଥିଲେ ସରକାରୀ କର୍ମଚାରୀ। ଏବେ ପୁଣି ସେହି ଭୁଲର ରିପିଟ ଟେଲିକାଷ୍ଟ ଦେଖିବାକୁ ମିଳିଛି। ମେ ୨୭ ରେ ପ୍ରକାଶିତ ହୋଇଥିବା ସାବିତ୍ରୀ ବ୍ରତଛୁଟି ୨୬ ରେ ମିଳିବ। ଯାହା ଜଣାପଡ଼ୁଛି ଓଡ଼ିଶା ସରକାରଙ୍କ ପ୍ରକାଶିତ ସରକାରୀ କ୍ୟାଲେଣ୍ଡର ଆଦୌ ପଞ୍ଜିକାର ଅନୁଶୀଳନରେ କରାଯାଇ ନାହିଁ। ନହେଲେ ହୁଏତ ଦୁଇ ଦୁଇ ଥର ଛୁଟି ତାରିଖ ବଦଳେଇବାକୁ ପଡ଼ି ନଥାଆନ୍ତା। ଅବଶ୍ୟ ସରକାରଙ୍କ ଏ ନିଷ୍ପତ୍ତିରେ ସରକାରୀ କର୍ମଚାରୀଙ୍କୁ ଲଗାତର ତିନି ଦିନର ଛୁଟି ମିଳିଗଲା। ମେ ୨୪ଚତୁର୍ଥ ଶନିବାର, ୨୫ ରବିବାର ଓ ୨୬ ରେ ସାବିତ୍ରୀ ଛୁଟି ମିଳିଲା ପରେ ଲଗାତର ତିନିଦିନର ଛୁଟି ପାଇ ସିନା ସରକାରୀ କର୍ମଚାରୀ ଖୁସ୍ କିନ୍ତୁ କ୍ୟାଲେଣ୍ଡରରେ ବାରମ୍ବାର ତ୍ରୁଟି ସରକାରଙ୍କ ବିଫଳତାକୁ ସାମ୍ନାକୁ ଆଣୁଛି। ଜନସାଧାରଣ ଓ ବୁଦ୍ଧିଜୀବୀ ମହଲରେ ଏ ପ୍ରଶ୍ନ ଉଠିବା ଆରମ୍ଭ ହୋଇଗଲାଣି ଆଉ କେତେ ଭୁଲ କରିବେ ସରକାରୀ କ୍ୟାଲେଣ୍ଡର ପ୍ରସ୍ତୁତକର୍ତ୍ତା ?